ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

Advertisment
ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

Photo: Bibhuti Sahoo

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରବିବାର ସନ୍ଧ୍ୟାରେ ଦିଲ୍ଲୀ ଫେରିଯାଇଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ସନ୍ଧ୍ୟା ୫ଟା ୨୦ରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ସିଧାସଳଖ ଦିଲ୍ଲୀ ଫେରିଛନ୍ତି।

ଓଡ଼ିଶା ଗସ୍ତ ଶେଷ ହେବା ପରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦାୟକାଳୀନ ସମ୍ବର୍ଦ୍ଧନା ଦେଇଛନ୍ତି। ରାଷ୍ଟ୍ରପତିଙ୍କ ବିଦାୟ ସମୟରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ଉପସ୍ଥିତ ଥିଲେ।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଖୋର୍ଦ୍ଧା ନିକଟ ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକର ଶିଳାନ୍ୟାସ କରିଥିଲେ। ସେହିପରି ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି କାର୍ଯ୍ୟକ୍ରମର ଉଦ୍‌ଯାପନୀ ସମାରୋହରେ ଯୋଗଦେଇଥିଲେ।

publive-image

ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବିଲି ଉତ୍ସବରେ ଯୋଗ ଦେଇ ରାଷ୍ଟ୍ରପତି କହିଥିଲେ, ଏହି ବିଶ୍ୱବିଦ୍ୟାଳୟ ବିଗତ ୭୫ ବର୍ଷ ମଧ୍ୟରେ ଶିକ୍ଷାର ମନ୍ଦିର ପାଲଟିଛି। ଏହାର ବହୁ ଛାତ୍ରଛାତ୍ରୀ ଭାରତକୁ ଗୌରବାନ୍ଵିତ କରିଛନ୍ତି। ଦେଶରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରମୁଖ ସ୍ଥାନ ନେବ ଏବଂ ଆଗାମୀ ୫ ରୁ ୭ ବର୍ଷ ଭିତରେ ଏହି ସ୍ଥାନ ଦେଶର ପ୍ରମୁଖ ଶିକ୍ଷା କ୍ଷେତ୍ର ହେବ।

ଆଗାମୀ ୨୦୨୦ ମସିହା ଅକ୍ଟୋବର ୨ ତାରିଖରେ ଜାତିର ଜନକ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଅହିଂସା ସ୍ଥଳ ନାମକ ଏକ ପାର୍କ ପ୍ରତିଷ୍ଠା କରାଯାଉଥିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆନନ୍ଦ ପ୍ରକାଶ କରିଥିଲେ।ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆନନ୍ଦ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଋଷା ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ରାଷ୍ଟ୍ରପତି ଏହି ଅବସରରେ ଏକ ସ୍ମରଣିକା ମଧ୍ୟ ଉନ୍ମୋଚନ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe