ଭୁବନେଶ୍ବର: ଫେବ୍ରୁଆରି ପ୍ରଥମ ସପ୍ତାହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଫେବ୍ରୁଆରି ୨ରେ ଭୁବନେଶ୍ବରରେ ପହଞ୍ଚି ୩ ତାରିଖରେ ବାଲେଶ୍ବର ଫକୀରମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରେମୁଣା ନୂଆପାଢ଼ିସ୍ଥିତ ବିଶ୍ବବିଦ୍ୟାଳୟର ନୂତନ କ୍ୟାମ୍ପସ୍ରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ। ଫେବ୍ରୁଆରି ୪ ତାରିଖରେ ଯାଜପୁରରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ମା’ ବିରଜାଙ୍କ ଦର୍ଶନ କରିବେ।
ପରବର୍ତ୍ତୀ ଦୁଇ ଦିନ ଅର୍ଥାତ୍ ଫେବ୍ରୁଆରି ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହା ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରିବା ସହ ଛତିଶଗଡ଼ ଯିବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/26/2025-12-26t132446534z-whatsapp-image-2025-12-26-at-65430-pm-2025-12-26-18-54-47.jpeg)
/sambad/media/media_files/2025/07/15/president-2025-07-15-02-07-56.jpg)