ଲଗାତାର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି କୋବିନ୍ଦ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଧର୍ମେନ୍ଦ୍ର ପ୍ରଧାନ

Advertisment
ଲଗାତାର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି କୋବିନ୍ଦ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଆଜି ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜେଡି ସୁପ୍ରିମୋ  ନବୀନ ପଟ୍ଟନାୟକ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିବା ବେଳେ ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶପଥ ଗ୍ରହଣ ପରେ ନବୀନ ପଟ୍ଟନାୟକଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବା ଆରମ୍ଭ ହୋଇ ଯାଇଛି ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ନବୀନଙ୍କ ପଞ୍ଚମ ଇନିଂସ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଶପଥ ଗ୍ରହଣ ଉତ୍ସବ ପରେ ରାମନାଥ୍‌ କୋବିନ୍ଦ ଫୋନ୍‌ ଯୋଗେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ତେବେ ରାଷ୍ଟ୍ରପତିଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଶପଥ ଗ୍ରହଣ ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ଓ ତାଙ୍କ ନୂଆ ଟିମକୁ ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି । ଏହା ସହ ଓଡ଼ିଶାରେ ବିକାଶ ପାଇଁ କେନ୍ଦ୍ରର ସହଯୋଗ ରହିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୋଦୀ ।

ମୋଦୀଙ୍କ ପରେ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ପଞ୍ଚମ ପାଳି ସମ୍ଭାଳିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । କେନ୍ଦ୍ରକୁ ରାଜ୍ୟ ସରକାର ସମର୍ଥନ କରିବ ବୋଲି ଆଶା ବ୍ୟକ୍ତ କରିବା ସହ ଓଡ଼ିଶାବାସୀଙ୍କ ସ୍ୱପ୍ନ ଓ ବିକାଶ ପାଇଁ କେନ୍ଦ୍ରକୁ ସମର୍ଥନ କରିବା ନେଇ ମଧ୍ୟ ଆଶା ବ୍ୟକ୍ତ କରିଛନ୍ତି ଧର୍ମେନ୍ଦ୍ର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe