ସ୍ୱାମୀ ବିବେକାନନ୍ଦଙ୍କ ବିଚାରକୁ ଅନୁସରଣ କରୁଛନ୍ତି ପ୍ରଧାନମନ୍ତ୍ରୀ : ଧର୍ମେନ୍ଦ୍ର

Advertisment
‘ଭାରତୀୟ ମହିଳା-ଆହ୍ୱାନ ଉପରେ ବିଜୟ, ପ୍ରତିବନ୍ଧକର ବିନାଶ’ ପୁସ୍ତକ ଉନ୍ମୋଚିତ

New Indian Express

ମହିଳାଙ୍କୁ ସଶକ୍ତ କରିବା ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀଙ୍କ ଟ୍ବିଟ୍‌
ମହିଳାଙ୍କୁ ସମାନ ସୁଯୋଗ ଦେବା ଓ ସଶକ୍ତ କରିବା ଆତ୍ମନିର୍ଭର ଭାରତର ମୂଳ ସ୍ତମ୍ଭ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ସ୍ୱାମୀ ବିବେକାନନ୍ଦଙ୍କ ବିଚାରରେ ଦୃଢ଼ ବିଶ୍ୱାସ କରିବା ସହ ଏହାକୁ ଅନୁସରଣ କରି କାମରେ ମଧ୍ୟ ଲଗାଇଛନ୍ତି। “ମହିଳାଙ୍କ ପ୍ରତି ଆଚରଣ ଗୋଟିଏ ରାଷ୍ଟ୍ରର ପ୍ରଗତିକୁ ମାପିବାର ସବୁଠୁ ବଡ଼ ମାପକାଠି” ବୋଲି ସ୍ୱାମୀ ବିବେକାନନ୍ଦ କହିଥିଲେ। ପ୍ରଧାନମନ୍ତ୍ରୀ ଏହି ବିଚାରଧାରାକୁ କାମରେ ଲଗାଇବା ସହ ମହିଳାଙ୍କ ଉନ୍ନତି ତଥା ସଶକ୍ତ କରିବା ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ମହିଳାକୁ ସଶକ୍ତ କରିବା ଦିଗରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ମୋଦୀଙ୍କ ନୀତି ଯୋଗୁ ଦେଶର ଅନ୍ୟ ରାଜ୍ୟ ସମେତ ଓଡ଼ିଶାରେ ମଧ୍ୟ ପରବର୍ତ୍ତନ ଦେଖାଦେଇଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଓଡ଼ିଶାର ୪୭ ଲକ୍ଷରୁ ଉର୍ଦ୍ଧ୍ୱ ଗରିବ ମହିଳା ଏବଂ ସେମାନଙ୍କ ପରିବାରର ଜୀବନଶୈଳୀକୁ ଉନ୍ନତ କରିଛି। ଅପର ପକ୍ଷରେ ସ୍ୱଚ୍ଛ ଭାରତ ଅଭିଯାନରେ ଓଡ଼ିଶାରେ ୮୦ ଲକ୍ଷରୁ ଉର୍ଦ୍ଧ୍ୱ ଶୌଚାଳୟ ନିର୍ମାଣ ହୋଇଛି। ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନର ଲାଭ ପାଇବା ମଧ୍ୟରେ ଓଡ଼ିଶା ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ରହିଛି। ଦେଶର ଗରିବ ମହିଳାଙ୍କୁ ୮ କୋଟି ଏଲପିଜି ସିଲିଣ୍ଡର ପ୍ରଦାନ, ଜନଧନ ଏବଂ ମହିଳା ଶକ୍ତି କେନ୍ଦ୍ର ଭଳି ଆର୍ଥିକ ଯୋଜନା ଗ୍ରାମାଞ୍ଚଳର ୨୨ କୋଟି ମହିଳାଙ୍କୁ ସଶକ୍ତ କରିଛି । ଏହା ସହ ଦେଶର ୫ କୋଟି ମହିଳାଙ୍କୁ ମାତ୍ର ୧ ଟଙ୍କାରେ ସାନିଟାରି ନ୍ୟାପ୍‌କିନ୍ ଯୋଗାଇବା ଦିଗରେ ମୋଦୀ ସରକାର ସର୍ବଦା ଆଗୁଆ ରହିଛନ୍ତି। କେବଳ ମହିଳାଙ୍କ ଜୀବନଶୈଳୀକୁ ପରିବର୍ତ୍ତନ କରିବା ନୁହେଁ, ବରଂ ମହିଳାଙ୍କୁ ସମସ୍ତ ସମାନ ସୁଯୋଗ ଦେବା ଏବଂ ସଶକ୍ତ କରିବା ଭାରତ ସରକାରଙ୍କ ଆତ୍ମନିର୍ଭର ଭାରତ କରିବାର ମୂଳ ସ୍ତମ୍ଭ ହୋଇଛି । ବେଟି ବଚାଓ ଏବଂ ବେଟି ପଢ଼ାଓ ଓଡ଼ିଶା ସମେତ ଭାରତର ଗ୍ରାମାଞ୍ଚଳରେ ବଡ଼ ପରିବର୍ତନ ଆଣିପାରିଛି ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଢ଼ ଇଚ୍ଛାଶକ୍ତି କାରଣରୁ ଆଜି ଦେଶର ମାଆ ଓ ଭଉଣୀମାନେ ଶୌଚ ଏବଂ ଜାଳେଣି କାଠ ପାଇଁ ଜଙ୍ଗଲ ଉପରେ ନିର୍ଭର କରୁ ନାହାନ୍ତି। ନାରୀ ତୁ ନାରାୟଣୀ ଦୂରଦୃଷ୍ଟି ମାଧ୍ୟମରେ ସରକାର ପ୍ରଧାନମନ୍ତ୍ରୀ ଉଜ୍ଜ୍ବଳା ଯୋଜନା ଓ ସ୍ୱଚ୍ଛ ଭାରତ ଯୋଜନା ଆରମ୍ଭ କରି ମହିଳାଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିବା ସହ ସମ୍ମାନ ରକ୍ଷା କରିଛନ୍ତି ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe