ଭୁବନେଶ୍ବର: ଭୁବନେଶ୍ବରରେ ବାତ୍ୟା କ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ କେନ୍ଦ୍ରମନ୍ତ୍ରୀ ସାମିଲ ହୋଇଥିଲେ । ପାଖାପାଖି ଘଣ୍ଟାଏ ଧରି ଚାଲିଲା ସମୀକ୍ଷା ବୈଠକ। ଏରିଏଲ ସର୍ଭେରେ ଯିବେ ପ୍ରଧାନମନ୍ତ୍ରୀ। ବାଲେଶ୍ବର ଓ ଭଦ୍ରକ ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ।
ବାତ୍ୟା ୟାସ’ କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇଛନ୍ତି। ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ବାଲେଶ୍ୱର ଭଦ୍ରକର ସ୍ଥିତି ଆକାଶ ମାର୍ଗରୁ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ। ବାତ୍ୟାଞ୍ଚଳ ଦେଖିବା ସହ ସ୍ଥିତିର ସମୀକ୍ଷା କରିବେ ନରେନ୍ଦ୍ର ମୋଦୀ। ଏହାପରେ ପଶ୍ଚିମବଙ୍ଗ ଯାଇ ସେଠାରେ ମଧ୍ୟ ବାତ୍ୟା ସ୍ଥିତି ଅନୁଧ୍ୟାନ କରିବେ ପ୍ରଧାନମନ୍ତ୍ରୀ।
ଭୁବନେଶ୍ବରରେ ବାତ୍ୟା କ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
/sambad/media/post_attachments/wp-content/uploads/2021/05/PM-Meeting-Ends_Thumbnail.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)