ନବୀନଙ୍କୁ ଶୁଭେଚ୍ଛାର ସୁଅ

ଭୁବନେଶ୍ବର : ନବୀନ ପଟ୍ଟନାୟକ ଆଜି ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡ଼ୁ ତାଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ବିଟ୍‌ କରି ତାଙ୍କୁ ଓ ମନ୍ତ୍ରିମଣ୍ଡଳକୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ବିକାଶ ପାଇଁ କେନ୍ଦ୍ରରୁ ସମ୍ପୂର୍ଣ୍ଣ ସ‌ହଯୋଗ ମିଳିବ ବୋଲି ମୋଦୀ ପ୍ରତିଶ୍ରୁତି ଦେଇଛନ୍ତି।

ଏଆଇସିସି ସଭାପତି ରାହୁଲ ଗାନ୍ଧୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍‌ ଓରାମ ଓ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ମଧ୍ୟ ଟ୍ବିଟ୍ କରି ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବନ୍ଧିତ ଖବର