୨୯ରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ସୋ’

Advertisment

ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବାକୁ ଥିବା ସର୍ବଭାରତୀୟ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ନଭେମ୍ବର ୨୯ରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।

ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବାକୁ ଥିବା ସର୍ବଭାରତୀୟ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ନଭେମ୍ବର ୨୯ରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।

PM modi

ଭୁବନେଶ୍ବର: ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବାକୁ ଥିବା ସର୍ବଭାରତୀୟ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ନଭେମ୍ବର ୨୯ରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୋଦୀଙ୍କ ଗସ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ହୋଇଛି। ମୋଦୀଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ମଧ୍ୟ ବ୍ୟାପକ ‌ଆୟୋଜନ ହୋଇଛି। ଏଥିପାଇଁ ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ହୋଇଛି।

ରାଜ୍ୟ କାର୍ଯ୍ୟାଳୟରେ ସାଂସଦ, ବିଧାୟକ ଓ ପଦାଧିକାରୀଙ୍କ ସହ ଆଲୋଚନା

ବୈଠକ ପରେ ଶ୍ରୀ ସାମଲ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ୨୯ତାରିଖ ଅପରାହ୍ନ ୪ଟା ୧୫ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେଠାରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବ। ବିମାନବନ୍ଦର 
ଛକରେ ମୋଦୀ ଉପସ୍ଥିତ ଲୋକଙ୍କୁ ସମ୍ବୋଧନ କରିବେ। ଏହାପରେ ରୋଡ୍‌ ସୋ’ରେ ବିମାନବନ୍ଦରରୁ ରାଜଭବନ ଯିବେ। ରାଜଭବନରେ କିଛି ସମୟ ବିଶ୍ରାମ ନେବା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଆସିବେ। ‌ସେଠାରେ ସମସ୍ତ ସାଂସଦ ଓ ବିଧାୟକଙ୍କ କାର୍ଯ୍ୟ ସମୀକ୍ଷା କରିବା ସହ ଦଳୀୟ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ପ୍ରଧାନମନ୍ତ୍ରୀ ପ୍ରାୟ ଦୁଇ ଘଣ୍ଟା ପାର୍ଟି କାର୍ଯ୍ୟାଳୟରେ ରହିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରିଯାପନ କରିବେ। 

ଡିଜିପି ସମ୍ମିଳନୀର ଦ୍ବିତୀୟ ଦିନରେ ପ୍ରଧାନମନ୍ତ୍ରୀ ଯୋଗଦେଇ ଅନ୍ତଃରାଜ୍ୟ ଓ ଜାତୀୟ ସୁରକ୍ଷା ନେଇ ସମୀକ୍ଷା କରିବେ। ଡିସେମ୍ବର ୧ରେ ଡିଜିପି ସମ୍ମିଳନୀର ଉଦ୍‌ଯାପନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଉ‌ଦ୍‌ବୋଧନ ଦେବେ। ସେହିଦିନ ଅପରାହ୍ଣରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ମୋଦୀଙ୍କ ରୋଡ୍‌ ସୋ’ ପାଇଁ ଆଜି ରାଜ୍ୟ ସଭାପତି କେତେକ ବିଧାୟକ ଓ ବିଜେପି ନେତୃବୃନ୍ଦଙ୍କ ସହ ଆଲୋଚନା କରିଛନ୍ତି। ରୋଡ୍‌ ସୋ’ରେ ଯେପରି ୫୦ହଜାରରୁ ଅଧିକ ଲୋକ ଉପସ୍ଥିତ ରହିବେ ସେଥିପାଇଁ କେଉଁ ଅଞ୍ଚଳରୁ କେତେ ଲୋକ ଆସିବେ ସେନେଇ ବିଧାୟକ ଓ ବିଜେପି ନେତାଙ୍କୁ ଦାୟିତ୍ବ ବଣ୍ଟାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe