ବାଲିଗୁଡ଼ା: ଚକା ଫାଟିବାରୁ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏହି ଅଭାବନୀୟ ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ପ୍ରାୟ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଅଛନ୍ତି। ଆହତ ଓ ଗୁରୁତରମାନଙ୍କୁ ସ୍ଥାନୀୟ ଲୋକଙ୍କର ସହାୟତାରେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଉଛି।
/sambad/media/post_attachments/wp-content/uploads/2023/02/d3684f50-f9c1-4a54-9f1d-d9e6060b907e.jpg)
ସୂଚନା ଅନୁସାରେ ଘରୋଇ ଯାତ୍ରୀବାହୀ ବସ୍ ‘ସାଲୁଙ୍କି’ ଆଜି ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଠାରୁ ପ୍ରାୟ ୪୦ ଜଣ ଯାତ୍ରୀଙ୍କୁ ନେଇ ବାହାରିଥିଲା। ବସ୍ଟି ଫୁଲବାଣୀ ଯାଉଥିବା ବେଳେ କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏହାର ଏକ ଚକା ଫାଟି ଯାଇଥିଲା। ଫଳରେ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଥିବା ପ୍ରାୟ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଅଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାକୁ ନିଆଯାଉଛି।
/sambad/media/post_attachments/wp-content/uploads/2023/02/d3526b23-3675-4ee3-a55d-cb6ff90e246c-e1676369482109.jpg)
Follow Us