ସ୍ୟାଟ୍‌ରେ ଅଧୢକ୍ଷ ଓ ସଦସ୍ୟ ପଦ ପୂରଣ ମାମଲା: କ’ଣ ପଦକ୍ଷେପ ନେଇଛ; ଜଣାଅ

କଟକ: ଓଡିଶା ପ୍ରଶାସନିକ ଟ୍ରିବୁନାଲ(ସ୍ୟାଟ୍‌)ରେ ଖାଲି ପଡିଥିବା ଅଧୢକ୍ଷ ଓ ସଦସ୍ୟ ପଦ ପୂରଣ ପ୍ରସ˚ଗରେ କଣ ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି ସେ ନେଇ ପରବର୍ତ୍ତୀ ଶୁଣାଣି ସମୟରେ ସ୍ପଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍.ଜାଭେରୀ ଓ ଜଷ୍ଟିସ କେ.ଆର୍.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ୨୦୧୯, ଜାନୁଆରି ୩ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। ଆବେଦନକାରୀ ସ୍ୟାଟ୍‌ ବାର‌୍‌ ଆସୋସିଏସନ୍‌ ପକ୍ଷରୁ ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ, ମାନସ ରଂଜନ ମହାପାତ୍ର, ଆଇନଜୀବୀ ଉଲ୍ଲାସ ଚନ୍ଦ୍ର ମହାନ୍ତି, ବିରଜା ପ୍ରସନ୍ନ ଶତପଥୀ, ଶଶୀଭୂଷଣ ଜେନା, ରବି ପଟ୍ଟନାୟକ ମାମଲା ପରିଚାଳନା କରୁଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ ୧୯୮୬, ଜୁଲାଇ ୧୪ରେ ଓଡିଶା ପ୍ରଶାସନିକ ଟ୍ରିବୁନାଲ ପ୍ରତିଷ୍ଠା ହୋଇଥିଲା। ୨୦୧୪, ଫେବ୍ରୁଆରି ୧୮ରେ ଟ୍ରିବୁନାଲରେ ଅଧୢକ୍ଷଙ୍କୁ ମିଶାଇ ମୋଟ ୮ ଜଣ ସଦସ୍ୟ ପଦ ରହିବା ସ˚ପର୍କରେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କିନ୍ତୁ ବର୍ତ୍ତମାନ ସ୍ଥାୟୀ ଅଧୢକ୍ଷ ପଦ ସହିତ ବହୁ ସଦସ୍ୟ ପଦ ଖାଲି ପଡିଛି। ବର୍ତ୍ତମାନ ଆବଶ୍ୟକ ସ˚ଖ୍ୟକ ସଦସ୍ୟ ଅଭାବରୁ ସ୍ୟାଟରେ ଅଚଳାବସ୍ଥା ଦେଖା ଦେଇଛି। ଏପରି ପରିସ୍ଥିତିରେ ଖାଲି ପଡିଥିବା ଅଧୢକ୍ଷ ପଦ ଓ ସଦସ୍ୟ ପଦ ପୂରଣ ହେବା ଜରୁରୀ ବୋଲି ଆବେଦନରେ ଦର୍ଶାଯାଇଛି।

ସମ୍ବନ୍ଧିତ ଖବର