ଖ୍ୟାତନାମା ଅର୍ଥନୀତିଜ୍ଞ ପ୍ରଫେସର ବୈଦ୍ୟନାଥ ମିଶ୍ରଙ୍କ ଦେହାନ୍ତ

ଭୁବନେଶ୍ୱର: ମଙ୍ଗଳବାର-ବୁଧବାର ରାତିରେ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଶିକ୍ଷାବିତ୍‌ ପ୍ରଧ୍ୟାପକ ବୈଦ୍ୟନାଥ ମିଶ୍ରଙ୍କର ତାଙ୍କ ସହିଦନଗର ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା।

ଅର୍ଥନୀତି ଉପରେ କେତେଗୁଡ଼ିଏ ପୁସ୍ତକ ରଚନା କରିଛନ୍ତି।

ତାଙ୍କ ମୃତ୍ୟୁ ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି: ବିଶିଷ୍ଟ ଶିକ୍ଷାବିତ୍‌ ତଥା ଅର୍ଥନୀତିଜ୍ଞ ପ୍ରଫେସର୍‌ ବୈଦ୍ୟନାଥ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ପରିବାର ବର୍ଗଙ୍କୁ ମୋର ସମବେଦନା ଜଣାଇବା ସହିତ ଆମର ଆତ୍ମାର ସଦ୍‌ଗତି କାମନା କରୁଛି।


କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପ୍ରଫେସର୍‌ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

ସମ୍ବନ୍ଧିତ ଖବର