ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଅଧ୍ୟାପକ ଓ ଅଧ୍ୟକ୍ଷ ନିଲମ୍ବିତ: ପୀଡ଼ିତା ପରିବାରର ଆମରଣ ଅନଶନ, ଧାରଣାସ୍ଥଳରେ ସାଂସଦ

ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳ ଏବଂ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରିଥିବା ଅଧ୍ୟକ୍ଷ ସୁଧୀର କୁମାର ରାଉତଙ୍କୁ ଆଜି କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।

kkk

ଯାଜପୁର/ବରୀ: ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳ ଏବଂ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରିଥିବା ଅଧ୍ୟକ୍ଷ ସୁଧୀର କୁମାର ରାଉତଙ୍କୁ ଆଜି କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ଉପଜିଲ୍ଲାପାଳ ଅଂଶୁମାନ ଶତପଥୀ ଉଭୟଙ୍କୁ ନିଲମ୍ବିତ କରିଛନ୍ତି। ଅଭିଯୁକ୍ତଦ୍ବୟଙ୍କୁ ବରୀ ଜିସି କଲେଜରେ ରିପୋର୍ଟିଂ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିନା ଅନୁମତିରେ ସେମାନଙ୍କୁ ସଦର ମହକୁମା ଛାଡ଼ି ନଯିବାକୁ ଉପଜିଲ୍ଲାପାଳ ଶ୍ରୀ ଶତପଥୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାକୁ ନେଇ ପୀଡ଼ିତାଙ୍କ ପରିବାର ଓ ନବନିର୍ମାଣ କୃଷକ ସଂଗଠନ ମହାବିଦ୍ୟାଳୟ ସମ୍ମୁଖରେ ଆମରଣ ଅନଶନ ଜାରି ରଖିଛନ୍ତି।

ଧାରଣାସ୍ଥଳରେ ଆଜି ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ଯୋଗ ଦେଇଥିଲେ। ଅନ୍ୟପକ୍ଷରେ ଏହି ଘଟଣା ସମେତ ଆଇନଶୃଙ୍ଖଳା ପ୍ରସଙ୍ଗ ନେଇ ଆସନ୍ତାକାଲି (ଶୁକ୍ରବାର) ଥାନା ଘେରାଉ କରାଯିବ ବୋଲି ବରୀ ବିଜେଡି ଘୋଷଣା କରିଛି। ସେପଟେ ଏହି ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ନାରାୟଣ ରଥ ଜାତୀୟ ମାନବାଧିକାର କମିସନଙ୍କ ନିକଟରେ ମାମଲା ଦାୟର କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ ଘଟଣାକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଘଟଣାକୁ ୧୫ ଦିନ ବିତିଯାଇଥିବା ‌ବେଳେ ଅଭିଯୁକ୍ତ ଅଧ୍ୟାପକ ଓ ଅଧ୍ୟକ୍ଷଙ୍କୁ ଗିରଫ କରିବାରେ ପୁଲିସ ଟାଳଟୁଳ ନୀତି ଆପଣାଇଥିବାରୁ ଉଭୟ ଫେରାର ହୋଇଯାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe