ବାରିପଦା : ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର କିଶୋର କୁମାର ବସା ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି। ବିଦାୟୀ କୁଳପତି ପ୍ରଫେସର ପ୍ରଦୀପ କୁମାର ଚାନ୍ଦ ଶ୍ରୀ ବସାଙ୍କୁ ଦାୟିତ୍ବ ହସ୍ତାନ୍ତର କରିବାର ସମସ୍ତ ପ୍ରକ୍ରିୟା ସମ୍ପନ୍ନ କରିଥିଲେ। ଏହି ଅବସରରେ ବିଶ୍ବବିଦ୍ୟାଳୟ କୁଳସଚିବଙ୍କ ସମେତ ଅନ୍ୟାନ୍ୟ ବହୁ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। ଏନେଇ କୁଳାଧିପତି(ରାଜ୍ୟପାଳ)ଙ୍କ କାର୍ଯ୍ୟାଳୟକୁ ସୂଚନା ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ନୂତନ କୁଳପତି ଭାବେ ଦାୟିତ୍ବ ଗ୍ରହଣ କଲାପରେ ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟକୁ ଏକ ପୂର୍ଣ୍ଣାଙ୍ଗ ବିଶ୍ବବିଦ୍ୟାଳୟରେ ପରିଣତ କରିବାକୁ ସେ ପ୍ରତିଶ୍ରୁତିବଦ୍ଧ ଥିବା ପ୍ରଫେସର ବସା ସୂଚନା ଦେଇଛନ୍ତି।
ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ଦାୟିତ୍ୱ ନେଲେ ପ୍ରଫେସର କିଶୋର ବସା
/sambad/media/post_attachments/wp-content/uploads/2020/11/new-vc-takes-charge.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)