ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି : ଜନପ୍ରତିନିଧି ଓ ସରକାରୀ କର୍ମଚାରୀ ପ୍ରତିବର୍ଷ ସମ୍ପତ୍ତି ତାଲିକା ଦେବା ବାଧ୍ୟତାମୂଳକ

ଭୁବନେଶ୍ବର : ଦୁର୍ନୀତି ବିରୋଧୀ ଅଭିଯାନକୁ ଆହୁରି ଜୋରଦାର କରିଛନ୍ତି ରାଜ୍ୟ ସରକାର । ରାଜ୍ୟ କ୍ୟାବିନେଟରେ ଆଜି ଗୃହୀତ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଏଣିକି ଲୋକପ୍ରତିନିଧି ଓ ସରକାରୀ ଅଫିସର ସଂପତ୍ତି ତାଲିକା ପ୍ରଦାନ କରିବା ବାଧ୍ୟତାମୂଳକ ହେବ।

କ୍ୟାବିନେଟ ନିଷ୍ପତ୍ତି ଅନୁସାରେ ସରପଂଚଙ୍କଠାରୁ ଆରମ୍ଭ କରି ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ବିଧାୟକ,ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପ୍ରତିବର୍ଷ ସେମାନଙ୍କର ସମ୍ପତ୍ତି ତାଲିକା ଦେବେ ଓ ତାହାକୁ ପ୍ରତିବର୍ଷ ସର୍ବସାଧାରଣରେ ପ୍ରକାଶ କରାଯିବ । ସେହିପରି ରାଜ୍ୟର ସାଂସଦମାନେ ସ୍ବେଚ୍ଛାକୃତଭାବେ ନିଜର ସଂପତ୍ତି  ତାଲିକା ପ୍ରଦାନ କରି ସାରା ଦେଶରେ ଉଦାହରଣ ସୃଷ୍ଟି କରିବେ । ଅନ୍ୟପକ୍ଷରେ ସାଧାରଣ ସରକାରୀ କର୍ମଚାରୀଙ୍କଠାରୁ ଆରମ୍ଭ କରି ମୁଖ୍ୟ ସଚିବଙ୍କ ପର୍ଯ୍ୟନ୍ତ ସମସ୍ତେ ମଧ୍ୟ ନିଜର ସଂପତ୍ତି ତାଲିକା ଦେବେ ଓ ତାହାକୁ  ପ୍ରତିବର୍ଷ ସର୍ବସାଧାରଣରେ ପ୍ରକାଶ କରାଯିବ । ଲୋକପ୍ରତିନିଧି ଓ ସରକାରୀ କର୍ମଚାରୀଙ୍କ ସଂପତ୍ତି ତାଲିକା ଲୋକାୟୁକ୍ତଙ୍କ ନିକଟରେ ଉପସ୍ଥାପନ କରାଯିବ ।

ଗତ ସପ୍ତାହରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ବୈଠକରେ ଏହି ଦୁର୍ନୀତି ବିରୋଧୀ ଅଭିଯାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ।

ସମ୍ବନ୍ଧିତ ଖବର