ପ୍ରବାସୀ ଶ୍ରମିକଙ୍କ ସୁରକ୍ଷା ଓ କଲ୍ୟାଣ ପ୍ରସଂଗ: ୩ ସପ୍ତାହ ଭିତରେ ସତ୍ୟପାଠ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Advertisment
ପୁଣି ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ବିବାଦ: ହାଇକୋର୍ଟ ରାୟକୁ ସରକାରଙ୍କ ଚାଲେଞ୍ଜ

Live Law

କଟକ : ପ୍ରବାସୀ ଶ୍ରମିକଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ଆକ୍ସନ୍‌ ପ୍ଲାନ୍‌ ଅନୁସାରେ କଣ ସବୁ ପଦକ୍ଷେପ ଗ୍ରହଣ କରାଯାଉଛି ସେ ନେଇ ସତ୍ୟପାଠ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ତରଫରୁ ତିନି ସପ୍ତାହ ଭିତରେ ସତ୍ୟପାଠ ଦାଖଲ କରାଯିବ। ଆଉ ସମୟ ଦିଆଯିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆଜି ମାମଲାର ଶୁଣାଣି ସମୟରେ ୨୦୨୩, ମାର୍ଚ୍ଚ ୬ର ନିର୍ଦ୍ଦେଶ ପାଳନ କରି ସତ୍ୟପାଠ ଦାଖଲ ପାଇଁ ସରକାରଙ୍କ ପକ୍ଷରୁ ଅଧିକ ସମୟ ଲୋଡା ଯାଇଥିଲା। ହାଇକୋର୍ଟ ଏଥି ପାଇଁ ଅନୁମତି ଦେବା ସହିତ ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୮କୁ ଧାର୍ଯ୍ୟ କରିଛନ୍ତି। ଏଥି ସହିତ ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଆଇନଜୀବୀ ମୃଣାଳିନୀ ପାଢୀଙ୍କ ପକ୍ଷରୁ ଦାୟର ଅନ୍ତରୀଣ ଆବେଦନକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଶ୍ରୀମତୀ ପାଢୀଙ୍କୁ ଆବେଦନର କପି ପ୍ରଦାନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଓଡ଼ିଶାର ଦୁଇ ପ୍ରବାସୀ ଶ୍ରମିକଙ୍କ ହାତ ପାପୁଲି କଟାଯିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ହାଇକୋର୍ଟ ନିଜ ଆଡ଼ୁ ଏହି ମାମଲା ରୁଜୁ କରିଥିଲେ। ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଓ ସୁରକ୍ଷା ପ୍ରସଂଗରେ ହାଇକୋର୍ଟ ଶୁଣାଣି କରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଥିଲେ। ଆମିକସକ୍ୟୁରୀ ଦେବାଶିଷ ନାୟକ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe