ରାଉରକେଲା : ପଥର ଗାଡ଼ା ଆନ୍ଦୋଳନ ପଛରେ ନକ୍ସଲଙ୍କ ହାତ ଅଛି ବୋଲି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍‌ ଓରାମଙ୍କ ବିବୃତିକୁ ନେଇ ସୁନ୍ଦରଗଡ଼ ଜିଲ୍ଲାରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି। ପ୍ରତିବାଦରେ ଆଜି ରାଉରକେଲା ବିଶ୍ରା ଛକରେ ବୀରମିତ୍ରପୁର ବିଧାୟକ ଜର୍ଜ ତିର୍କୀଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ତାଙ୍କର କୁଶପୁତ୍ତଳିକା ଦାହ କରାଯାଇଛି।

Advertisment