ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ରାଷ୍ଟ୍ରନୀତିଜ୍ଞ, ନବ ଉତ୍କଳର ନିର୍ମାତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗଦେଇ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଅରବନ୍ଦ ଢାଲି, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଉତ୍କଳ ସମ୍ମିଳନୀ ସଭାପତି ଅଦ୍ବୈତ କୁମାର ପାତ୍ର, ସାଧାରଣ ସମ୍ପାଦକ ଅନନ୍ତ ପ୍ରସାଦ ଜେନା, ଉପସଭାପତି ଉଷାରାଣୀ ମହାନ୍ତି, ଶାନ୍ତିଲତା ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର