କଟକ : ମନ୍ତ୍ରୀ ନବ କିଶୋର ଦାସଙ୍କୁ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ଆଜି ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଜଣେ କର୍ତ୍ତବ୍ୟରତ ପୁଲିସ ଏଏସଆଇ ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛି। ତେଣୁ ସେହି ପୁଲିସ ବିଭାଗର କ୍ରାଇମବ୍ରାଞ୍ଚ ଉପରେ ଭରସା ନାହିଁ। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦାୟିତ୍ବ ସିବିଆଇକୁ ଦିଆଯାଉ ବୋଲି ଦର୍ଶାଇ ଭାରତୀୟ ବିକାଶ ପରିଷଦ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଓ ଜଗତସିଂହପୁର ଜିଲ୍ଲା ସଭାପତି ସୁବ୍ରତ ଦାଶଙ୍କ ତରଫରୁ ଏହି ମାମଲା ଦାୟର କରାଯାଇଛି। ମାମଲାରେ କେନ୍ଦ୍ର ସରକାର, ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୁଲିସ ମହାନିର୍ଦେଶକ, କ୍ରାଇମବ୍ରାଞ୍ଚକୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଗୋପାଳ ପ୍ରାସାଦ ଜେନା ମାମଲା ପରିଚାଳନା କରୁଛନ୍ତି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp