ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ପୁଣି ଜାମିନ ପାଇଁ ହାଇକୋର୍ଟରେ ପୁଞ୍ଜିଲାଲ

Advertisment
ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ପୁଣି ଜାମିନ ପାଇଁ ହାଇକୋର୍ଟରେ ପୁଞ୍ଜିଲାଲ

କଟକ : ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର  ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ ପୁଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ଏଥିପାଇଁ ସେ ନିୟମିତ ଜାମିନ ଆବେଦନ ଦାୟର କରିଛନ୍ତି। ଏଥି ସହିତ ମଧ୍ୟବର୍ତ୍ତିକାଳୀନ ଜାମିନ ଲୋଡି ସେ ଏକ ଅନ୍ତରୀଣ ଆବେଦନ ମଧ୍ୟ ହାଇକୋର୍ଟରେ ଦାଖଲ କରିଛନ୍ତି। ପୁଞ୍ଜିଲାଲର ଜାମିନ ଆବେଦନ ଆଜି ପାଇଁ ହା‌ଇକୋର୍ଟରେ ତାଲିକାଭୁକ୍ତ ହୋଇଥିଲେ ମଧ୍ୟ ଶୁଣାଣି ହୋଇ ପାରି ନଥିଲା। ଆସନ୍ତା ସପ୍ତାହରେ ଜାମିନ ଆବେଦନ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ପୂର୍ବରୁ ୨୦୧୯, ମାର୍ଚ୍ଚ ୨୫ ଓ ୨୦୨୨, ଜୁଲାଇ ୨୨ରେ ହାଇକୋର୍ଟରେ ପୁଞ୍ଜିଲାଲଙ୍କର ଜାମିନ ଆବେଦନ ଖାରଜ ହୋଇଥିଲା।

ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୧୮, ଫେବ୍ରୁଆରି ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ବାହାଘର ଭୋଜିରେ ମିଳିଥିବା ଉପହାର ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା'ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୁଲିସ ଫେବ୍ରୁଆରି ୨୩ ତାରିଖରେ ଦଫା ୩୦୨, ୩୦୭ ଏବ˚ ଏକ୍ସପ୍ଲୋସିଭ୍‌ ସବ୍‌ଷ୍ଟାନ୍ସ ଆକ୍ଟର ଧାରା ୩ ଓ ୪ରେ ମାମଲା ରୁଜୁ କରିଥିଲା। ମାମଲାକୁ ମାର୍ଚ୍ଚ ୨୩ ତାରିଖରେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଆଇଟିକୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଭଇଁସା କଲେଜର ଇ˚ରାଜୀ ଅଧୢାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮, ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe