ପାର୍ସଲବୋମା ବିସ୍ଫୋରଣର ମାଷ୍ଟରମାଇଣ୍ଡ ପୁଞ୍ଜିଲାଲ ମେହରଙ୍କୁ ମିଳିଲା ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌

Advertisment
ପାର୍ସଲବୋମା ବିସ୍ଫୋରଣର ମାଷ୍ଟରମାଇଣ୍ଡ ପୁଞ୍ଜିଲାଲ ମେହରଙ୍କୁ ମିଳିଲା ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌

ବଲାଙ୍ଗୀର: ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌ ଦେଇଛନ୍ତି। ତେବେ ଏହି ଅନ୍ତରୀଣ ଜାମିନର ଅବଧି ୪ଦିନ ରହିଛି। ପୁଞ୍ଜିଲାଲଙ୍କୁ ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବା ପାଇଁ  ହାଇକୋର୍ଟ ଜାମିନ ଦେଇଛନ୍ତି । ଜାନୁଆରି ୨୪ ତାରିଖରେ ପୁଞ୍ଜିଲାଲ ଜାମିନ୍‌ରେ ଯିବାକୁ ଥିବା ବେଳେ ଜାନୁଆରି ୨୮ ତାରିଖ ଦିନ ୧୧ଟା ମଧ୍ୟରେ ପୁଣି ଥରେ ହାଜର ହେବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Image result for punjilal 4day bail

ତେବେ ପୁଞ୍ଜିଲାଲଙ୍କୁ ମିଳିଥିବା ଏହି ୪ଦିନର ଜାମିନ୍‌ରେ ତାଙ୍କ ପାଇଁ କେତୋଟି କଡ଼ା ସର୍ତ୍ତ ରଖା ଯାଇଛି। ସେଥିମଧ୍ୟରେ ରହିଛି, ଜାମିନ୍‌ ସମୟରେ ପୁଞ୍ଜିଲାଲ କୌଣସି ଗଣମାଧ୍ୟମକୁ ଭେଟି ପାରିବେ ନାହିଁ। ଏଥି ସହିତ ବାହାରକୁ କିମ୍ବା ଅନ୍ୟ କୌଣସି ସ୍ଥାନକୁ ଗଲେ ସ୍ଥାନୀୟ ଥାନା ଅଧିକାରୀଙ୍କୁ ଜଣାଇ ଯିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ଏଠାରେ ସୂଚନାଯୋଗ୍ୟ ଯେ, କିଛିଦିନ ତଳେ ପୁଞ୍ଜିଲାଲଙ୍କ ମା’ଙ୍କ ପରଲୋକ ହୋଇଥିଲା। ପୁଞ୍ଜିଲାଲ ଏକମାତ୍ର ପୁଅ ହୋଇଥିବାରୁ ମା’ଙ୍କ ମୁଖାଗ୍ନି ପାଇଁ ଜାମିନରେ ଯିବାକୁ ଆବେଦନ କରିଥିଲେ। ପାଟଣାଗଡ଼ ଏଡିଜେ ଅଦାଲତ ଆବେଦନକୁ ଗ୍ରହଣ କରି ଗୋଟିଏ ଦିନ ପାଇଁ ଜାମିନରେ ଯିବାକୁ ଅନୁମତି ଦେଇଥିଲେ। ଏହାପରେ ସେ ପୁଲିସ୍‌ ସୁରକ୍ଷା ମଧ୍ୟରେ ମୁଖାଗ୍ନି ଦେଇଥିଲେ। ଅନ୍ତିମ ସଂସ୍କାର ପରେ ପୁଞ୍ଜିଲାଲ ପୁଣି  ବଲାଙ୍ଗୀର ଜେଲ୍‌କୁ ଫେରି ଆସିଥିଲେ।

publive-image

ତେବେ ମା’ଙ୍କୁ ମୁଖାଗ୍ନି ଦେବା ପରେ ପୁଲିସ ତାଙ୍କୁ ପୁଣି ଥରେ ଜେଲ ନେବାକୁ ପ୍ରସ୍ତୁତ ହେଉଥିବା ବେଳେ ସେଠାରେ ସେ କିଛି ସମୟ ପାଇଁ ହଙ୍ଗାମା କରିଥିଲେ। ସେ ଏତେ ଶୀଘ୍ର ଜେଲ ଯିବେ ନାହିଁ  ବୋଲି ଅଡି ବସିଥିଲେ। କିନ୍ତୁ ପରେ ପୁଲିସ ତାଙ୍କୁ ବୁଝାସୁଝା କରି ଜେଲ ନେଇ ଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe