ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଶ୍ରୀମନ୍ଦିରରେ ଆସନ୍ତାକାଲି (ବୁଧବାର) ବନକଲାଗି ନୀତି ଥିବାରୁ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ‌ଦ୍ବିତୀୟ ଭୋଗ ମଣ୍ଡପ ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।

ସମ୍ବନ୍ଧିତ ଖବର