ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ କରିପାରିବେନି ଭକ୍ତ

Advertisment
ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ କରିପାରିବେନି ଭକ୍ତ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ପ୍ରାୟ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe