ଆସନ୍ତାକାଲିଠାରୁ ସ୍ବାଭାବିକ ହେବ ଜଗ‌ା ଦର୍ଶନ, ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ

ପୁରୀ: ଆସନ୍ତାକାଲିଠୁ ସ୍ୱାଭାବିକ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା । ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ । ପ୍ରାୟ ୩୦ ହଜାର ଭକ୍ତ କାଳିଆ ଦର୍ଶନ କରିବେ । ଡିଆଇଜି ଓ  ଜିଲ୍ଲାପାଳ ପହଂଚି ଏନେଇ ଅନୁଧ୍ୟାନ କରିଛନ୍ତି । ବ୍ୟାରିକେଡ ସ୍ଥାନ ବୁଲି ଦେଖିଛନ୍ତି । ସିଂହଦ୍ୱାରରେ ସୁରକ୍ଷା ଓ ଦର୍ଶନ ବ୍ୟବସ୍ଥାର ତଦାରଖ କରିଛନ୍ତି । ଏଥିପାଇଁ ପ୍ରାୟ ୨୬ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ କରାଯିବ ।

ଡିସେମ୍ବର ୨୩ରୁ ଶ୍ରୀମନ୍ଦିର ଖୋଲିଥିଲା । ପ୍ରଥମେ ସେବାୟତ ପରିବାର ଓ ପୁରୀବାସୀ ଜଗା ଦର୍ଶନ କରିଥିଲେ । ଏହା ପରେ ଜାନୁଆରୀ ୩ରୁ ସର୍ବସାଧାରଣଙ୍କ ପାଇଁ ମନ୍ଦିର ଖୋଲାଯାଇଥିଲା । କିନ୍ତୁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଥିଲା, ଯାହା ପାଇଁ ଅନେକ ଭକ୍ତ ଦୂରଦୁରାନ୍ତରୁ ଆସି ନିରାଶ ହୋଇ ଫେରୁଥିଲେ ।

ସମ୍ବନ୍ଧିତ ଖବର