The News Room
ପୁରୀ: ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି ପୁରୀ ଶ୍ରୀନଅରରେ ପାଳିତ ହୋଇଛି।। ଆଜି (ରବିବାର) ମାଘମାସର ପୁଷ୍ୟା ନକ୍ଷତ୍ର ପଡୁଥିବାରୁ ଶ୍ରୀନଅରରେ ମହାପ୍ରଭୁଙ୍କର ଚଳିନ୍ତି ପ୍ରତିମା ଗଜପତିଙ୍କ ରାଜାଭିଷେକ କରାଯାଇଛି। ଷୋଳ ଶାସନ ବ୍ରାହ୍ମଣ ଓ ୩୨ କରବାଡ ପ୍ରତିନିଧି ଗଜପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଛନ୍ତି।
କୁହାଯାଏ, ତ୍ରେତୟା ଯୁଗରେ ପ୍ରଭୁ ରାମଚନ୍ଦ୍ର ପୁଷ୍ୟା ନକ୍ଷତ୍ରରେ ଅଯୋଧ୍ୟାରେ ରାଜଗାଦି ଆରୋହଣ କରିଥିଲେ। ସେହି ପରମ୍ପରା ଅନୁସାରେ, ପ୍ରଥମେ ଗଜପତି ମହାରାଜଙ୍କ ରାଜାଭିଷେକ କରାଯାଇଥାଏ। ଗଜପତିଙ୍କୁ ପଇତାଲାଗି କରିବା ପରେ ଷୋଳ ଶାସନର ପ୍ରତିନିଧି ମନ୍ତ୍ର ପାଠ କରି ମହାରାଜଙ୍କ ପୁଷ୍ୟାଭିଷେକ କରିଥିଲେ। ନଡିଆ, ଗୁଆ, ତାମ୍ର ପଇତା ଭେଟିଦେଇଥିଲେ । ଏଥିରେ ଷୋଳଶାସନର ବ୍ରାହ୍ମଣମାନଙ୍କୁ ମଧ୍ୟ ମହାରାଜଙ୍କ ପକ୍ଷରୁ ମହାପ୍ରସାଦ ଭେଟି ଦିଆଯିବାର ବିଧି ରହିଛି । ପୁଷ୍ୟାଭିଷେକରେ ଷୋଳଶାସନ ବ୍ରାହ୍ମଣ, ବିଭିନ୍ନ ମଠାର ମଠାଧୀଶ ଓ ସାଧୁସନ୍ଥଙ୍କ ସମାଗମ ହୋଇଥିଲା ।
Follow Us