ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର
ଭୁବନେଶ୍ୱର: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ କରାଯାଇଅଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ବ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଗତ ୬ ତାରିଖରେ ଗିରଫ କରାଯାଇଥିଲା । ସେହିଦିନ ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍‌ଙ୍କ ଅଦାଲତଙ୍କ ଆଦେଶମତେ ତାଙ୍କୁ ୧୭ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଦୁର୍ନୀତି ମାମଲାର ତଦନ୍ତ ଜାରି ଥିବାରୁ ଏବଂ ଶ୍ରୀ ରଥ ୪୮ ଘଣ୍ଟାରୁ ଅଧିକ ନ୍ୟାୟିକ କାରାବାସରେ ରହିଥିବାରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ପୂର୍ତ୍ତ ବିଭାଗ ତରଫରୁ ଶ୍ରୀ ରଥଙ୍କ ନିଲମ୍ବନ ନିର୍ଦ୍ଦେଶନାମା ଜାରି କରାଯାଇଛି।
ଅନ୍ୟପକ୍ଷରେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଯନ୍ତ୍ରୀମୁଖ୍ୟ (ସିଭିଲ୍‌), ଭୁବନେଶ୍ୱରଙ୍କ କାର୍ଯ୍ୟାଳୟକୁ ଶ୍ରୀରଥଙ୍କ ସଦର ମହକୁମା ସ୍ଥିର କରାଯାଇଛି। ନିଲମ୍ବନ ଅବଧିରେ ସେ ଯନ୍ତ୍ରୀମୁଖ୍ୟ (ସିଭିଲ୍‌), ଭୁବନେଶ୍ୱରଙ୍କ ପ୍ରାକ ଅନୁମତି ବିନା ସଦର ମହକୁମା ଛାଡ଼ିପାରିବେ ନାହିଁ ବୋଲି ଆଦେଶରେ ଉଲ୍ଲେଖ ରହିଛି। ଏଠାରେ ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅଧିକ କଡ଼ାକଡ଼ି ଭାବେ ଆପଣେଇଛନ୍ତି। ଦୁର୍ନୀତିରେ ସମ୍ପୃକ୍ତ ବ୍ୟକ୍ତି ଯେତେ ବଡ଼ ଅଧିକାରୀ ହୋଇଥାନ୍ତୁ ପଛେ ତାଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe