ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ବିବାଦ ତୁଟିଲା: ତିନି ଘଣ୍ଟା ବିଳମ୍ବରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି

ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ବିବାଦ ତୁଟିଲା: ତିନି ଘଣ୍ଟା ବିଳମ୍ବରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି

ପୁରୀ: ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ହୋଇଛି। ଶେଷରେ ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ବାହାରିଛି ଗତକାଲି ରାତିର ଶତାଧିକ ଅଭଡ଼ା କୁଡ଼ୁଆ। କିନ୍ତୁ ବିବାଦ ଯୋଗୁ ମହାପ୍ରଭୁଙ୍କ ନୀତିକାନ୍ତି ତିନି ଘଣ୍ଟା ବିଳମ୍ବରେ ଚାଲିଛି।

ଉଲେ୍ଲଖଯୋଗ୍ୟ, ଗତକାଲି ଭିତର କାଠ ନିକଟରେ ରକ୍ତଛିଟା ପଡ଼ିବାରୁ ବଡ଼ ମହାସ୍ନାନ ହୋଇଥିଲା। ବଡ଼ସ୍ନାନ ପରେ ଦ୍ୱିତୀୟ ଭୋଗ ମଣ୍ଡପରେ ସନ୍ଧ୍ୟା ଆଳତି ହୋଇଥିଲା। କିନ୍ତୁ ଆଳତି ହେବାରେ ବିଳମ୍ବ ହେବାରୁ ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଏତେ ବିଳମ୍ବରେ ମହାପ୍ରସାଦ ନେଇ ଏବେ କ’ଣ କରିବୁ ବୋଲି ସୁଆର ସେବକମାନେ କହିଥିଲେ। ଏଥିସହ ସେମାନେ ପ୍ରସାଦ ଭୋଗମଣ୍ଡପରେ ଘରେ ଛାଡ଼ି ଚାଲିଯାଇଥିଲେ। ଫଳରେ ଗତକାଲିଠୁ ଶତାଧିକ ଅଭଡ଼ା କୁଡୁଆ ଭୋଗ ମଣ୍ଡପରେ ଭୋଗ ପଡ଼ିରହିଥିଲା। ଆଜି ସମସ୍ୟାର ସମାଧାନ ପରେ ଭୋଗ କୁଡ଼ୁଆ ବାହାରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe