ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି

ଭୁବନେଶ୍ବର : ଆସନ୍ତା ୨୫ ତାରିଖରେ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏ ନେଇ ଭୁବନେଶ୍ବର ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାହୁଲଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରିବା ଉପରେ ଗୁରୁତ୍ବ ଦିଆଯାଇଥିଲା। ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏଆଇସିସି ସଂପାଦକ ତୁଦ୍ର ରାଜୁ, ଅନିଲ ଚୌଧୁରୀ, ଯୁଗ୍ମ ସଂପାଦକ ଆଦିତ୍ୟ ଶର୍ମା, ପିସିସି ଉପସଭାପତି ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ମୁଖପାତ୍ର ବିଭୁପ୍ରସାଦ ତରାଇ, କିଶୋର ଜେନା, ଜିଲ୍ଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ରଶ୍ମୀ ମହାପାତ୍ର ପ୍ରମୁଖ ସାଂଗଠନିକ ଆଲୋଚନା କରିଥିଲେ।

ସମ୍ବନ୍ଧିତ ଖବର