ଭୁବନେଶ୍ବର: ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ । ଫୋନ ଯୋଗେ ସୌମ୍ୟାଶ୍ରୀଙ୍କ ବାପା ବଳରାମ ବିଶିଙ୍କ ସହ କଥା ହେଲେ ରାହୁଲ । ପ୍ରଭାରୀ ଅଜୟ କୁମାରଙ୍କ ଫୋନ କଲ ମାଧ୍ୟମରେ କଥା ହୋଇ ସୌମ୍ୟାଶ୍ରୀଙ୍କ ପରିବାରକୁ ସାନ୍ତ୍ୱନା ଦେଲେ । ଏଥିସହ ନ୍ୟାୟ ଦେବା ପାଇଁ ରାହୁଲ ଭରସା ଦେଇଥିବା କହିଛନ୍ତି ସୌମ୍ୟାଶ୍ରୀଙ୍କ ବାପା । ତେବେ ବାଲେଶ୍ୱର ଘଟଣା ପରେ ଖୁବଶୀଘ୍ର ପ୍ରିୟଙ୍କା ଗାନ୍ଧୀ ଓଡିଶା ଗସ୍ତରେ ଆସିପାରନ୍ତି ବୋଲି ସୂଚନା ମିଳିଛି ।
ସେପଟେ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ଜୋର ଧରିଛି ରାଜନୀତି । ବିରୋଧୀ ମାନେ ଏହାକୁ ମୁଖ୍ୟ ପ୍ରସଙ୍ଗ କରି ସରକାରକୁ ଘେରିବାକୁ ଅସ୍ତ୍ର ସଜାଇଛନ୍ତି । ସେହି କ୍ରମରେ ଆଜି ବାଲେଶ୍ବର ବନ୍ଦ ଡାକରା ଦେଇଛି ବିଜେଡି । ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଓ ମୃତ୍ୟୁ ମାମଲାରେ ଆଜି ବାଲେଶ୍ଵର ବନ୍ଦ କରିଛି ବିଜେଡି । ବିଜେଡି ଏହି ଆନ୍ଦୋଳନକୁ ଜୋରଦାର କରିବା ସହ ବାଲେଶ୍ବରରୁ ଆରମ୍ଭ କରିଛି ଅଭିଯାନ । ଆଜି ସକାଳ ୬ଟାରୁ ଦିବା ୨ ଯାଏଁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବାଲେଶ୍ବରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ଷ ସହରର ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତା ଅବରୋଧ କରିଛି ବିଜେଡି । ଆଜି ବିଜେଡି ପକ୍ଷରୁ ବନ୍ଦ ପାଳନ ହେଉଥିବା ବେଳେ ଆସନ୍ତାକାଲି କଂଗ୍ରେସ ଏବଂ ବାମପନ୍ଥୀ ଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)
/sambad/media/media_files/2025/07/16/rahul-talk-2025-07-16-09-45-45.jpg)