୧୮ରୁ ୨୧ତାରିଖ ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର : ଗୋଟିଏ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ସାରା ଓଡ଼ିଶାକୁ ବୁଡ଼େଇବା ପରେ ଏବେ ବଂଗୋପସାଗ‌ରରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିଲାଣି। ୧୮ ତାରିଖ ବେଳକୁ ବଙ୍ଗୋପସାଗର ଉପରେ ଲଘୁଚାପ ବଳୟ ସୃଷ୍ଟି ହୋଇ ୧୯ ତାରିଖରେ ପଶ୍ଚିମବଙ୍ଗର ମେଦିନୀପୁର ଓ ସଂଲଗ୍ନ ବାଲେଶ୍ବର ନିକଟରେ ରହିବ। ଏହା ବର୍ତ୍ତମାନର ଲଘୁଚାପ ବଳୟ ଓ ମୌସୁମୀ ଟ୍ରଫ୍‌ର ପୂର୍ବ ଭାଗରେ ମିଶିବା ପରେ ସୁନ୍ଦରଗଡ଼ ଦେଇ ମଧ୍ୟପ୍ରଦେଶ ଆଡ଼କୁ ମୁହାଁଇବ। ତେବେ ଏହାର ପ୍ରଭାବ ୧୮ତାରିଖରୁ ଦେଖାଯିବା ଆରମ୍ଭ ହେବ।

www.indiatoday.in

ଆସନ୍ତା ୧୮-୨୧ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ଢ଼େଙ୍କାନାଳ, ଝାରସୁଗୁଡ଼ା, ବରଗଡ଼, ଦେଓଗଡ଼ ଓ ସମ୍ବଲପୁର। ଏହି ସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ପାଗ ମେଘୁଆ ରହିବା ସହ କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର