ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା, ପାଣିପାଗର ସତର୍କ ସୂଚନା ଜାରି

Advertisment
ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା, ପାଣିପାଗର ସତର୍କ ସୂଚନା ଜାରି

ଭୁବନେଶ୍ୱର: ଉତ୍ତର ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ବୁଧବାର ଅପରାହ୍‌ଣରେ ସତର୍କ ସୂଚନା ଜାରି କରିଛି। ପାଣିପାଗ ବିଭାଗର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ରାଜ୍ୟର ୧୫ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।

ସୂଚନା ଅନୁସାରେ ଆଜି ସଂଧ୍ୟା ୭ଟା ୧୫ ସୁଦ୍ଧା ରାୟଗଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, କଟକ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଅନୁମାନ କରାଯାଉଛି।

ସୂଚନାଯୋଗ୍ୟ ଆଜି ଦିନ ବେଳା ରାଜ୍ୟର କିଛି ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟ ଅପରାହ୍ଣ ୩ଟାରୁ ୪ଟା ମଧ୍ୟରେ ବର୍ଷା ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe