ପ୍ରବଳ ଗରମରୁ ମିଳିବ ତ୍ରାହି ମିଳିବ, ୧୨ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖି

ଭୁବନେଶ୍ବର : ପ୍ରବଳ ଗ୍ରୀଷ୍ମପ୍ରବାହ ପରେ ଆସନ୍ତା କିଛିଦିନ ରାଜ୍ୟବାସୀଙ୍କୁ ଗରମରୁ ତ୍ରାହି ମିଳିବାର ସମ୍ଭାବନା ରହିଛି । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଭାଗର ବୁଲେଟିନ ଅନୁସାରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶୀଖିଜନିତ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୭ ତାରିଖ ସୁଦ୍ଧା ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ବିଶେଷକରି ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ପବନ ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ବର୍ଷା ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

ସେହିପରି ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି,ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

ପରବର୍ତ୍ତି ୨ ଦିନରେ ମୟୂରଭଞ୍ଜ,କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ବନ୍ଧିତ ଖବର