ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତକାଲି ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସହିତ ରାଜ୍ୟର ଅନ୍ୟ କେତେକ ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବା ସମୟରେ ସାବଧାନତା ଅବଲମ୍ବନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର