ଶୁକ୍ରବାର ପର୍ଯ୍ୟନ୍ତ ରହିଛି ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା; ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲା ପାଇଁ ୟେଲୋଓ୍ଵାଣ୍ଣିଂ ଜାରିକଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଜି (ସୋମବାର) ଠାରୁ ଆଗାମୀ ୫ ଦିନ ପର୍ଯ୍ୟନ୍ତ (ଅର୍ଥାତ୍‌ ଶୁକ୍ରବାର, ୭ ତାରଖ) ଯାଏ ରାଜ୍ୟର ଦକ୍ଷିଣରୁ ଆରମ୍ଭ କରି ଉତ୍ତର; ଉପକୂଳରୁ ନେଇ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ପ୍ରାୟ ସମସ୍ତ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ। ଏଥିସହ ଗୁରୁବାର ଓ ଶୁକ୍ରବାର ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ହେବାର ମଧ୍ୟ ସମ୍ଭାବନା ରହିଥିବା, ଆଜି ଅପରାହ୍ଣରେ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗଞ୍ଜାମ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ନୂଆପଡ଼ା ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ସୋମବାର ମଧ୍ୟରାତ୍ରରୁ ମଙ୍ଗଳବାର ପ୍ରତ୍ୟୁଷ ପର୍ଯ୍ୟନ୍ତ ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ଆଶଙ୍କା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Met Weather

ମଙ୍ଗଳବାର, ଅର୍ଥାତ୍‌ ୪ ତାରଖରେ କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ଅନୁଗୁଳ, ସୋନପୁର, ଢ଼େଙ୍କାନାଳ ଦେବଗଡ଼, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରେ ବର୍ଷା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ବୁଧବାର, ଅଥାତ୍‌ ୫ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ ଓ କୋରାପୁଟ ଜିଲ୍ଳରେ ବର୍ଷା ସମ୍ଭାବନା ରହିଛି।

ଗୁରୁବାର, ଅଥାତ୍‌ ୬ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍ଗାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ବୌଦ୍ଧ, ବରଗଡ଼, ଖୋର୍ଦ୍ଧା, କଟକ ପୁରୀ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା କରିଛି।

ୟେଲୋଓ୍ଵାର୍ଣ୍ଣିଂ

ତେବେ, ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କଟକ, ବାଲେଶ୍ୱର ଓ କନ୍ଧମାଳ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ଆଶଙ୍କା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Met Weather

ସେହିପରି ଶୁକ୍ରବାର, ଅଥାତ୍‌ ୭ ତାରିଖରେ ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍ଗାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼, ପୁରୀ, ଭଦ୍ରକ ଓ କନ୍ଦମାଳ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ୟେଲୋଓ୍ଵାର୍ଣ୍ଣିଂ

ସେହିପରି ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ଢ଼େଙ୍କାନାଳ, କଟକ, ଭଦ୍ରକ, ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ନୟାଗଡ଼, ପୁରୀ, ଜଗତସିଂହପୁର କେନ୍ଦ୍ରାପଡ଼ା ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ମଧ୍ୟ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର