ସକ୍ରିୟ ରହିଛି ମୌସୁମୀ ବାୟୁ: ପାଣିପାଗ ବିଭାଗ କହିଲା- ଅଗଷ୍ଟ ୧୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ସକ୍ରିୟ ରହିଛି ମୌସୁମୀ ବାୟୁ: ପାଣିପାଗ ବିଭାଗ କହିଲା- ଅଗଷ୍ଟ ୧୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଘୂର୍ଣ୍ଣିବଳୟ ସାଙ୍ଗକୁ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୧୮ ତାରିଖ ଠାରୁ ପାଗ ବଦଳିବ। ଆଗାମୀ ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ରଣର ବର୍ଷା ହେବ। ସେହିପରି ଆସନ୍ତାକାଲି ପାଇଁ ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଘଡଘଡି ପାଇଁ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେଉଁଝର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ଆଲର୍ଟ କରଯାଇଛି।

ଗତ ୨୪ ଘଣ୍ଟାରେ ଗଂଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ୫୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏବେବି ରାଜ୍ୟରେ ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୧୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe