ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମଙ୍ଗଳବାର ରାଜ୍ୟରେ ଅଧିକାଂଶ ଜିଲ୍ଲା ସମେତ ଦକ୍ଷିଣ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

କାଳବୈଶାଖୀ ପ୍ରଭାବରେ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ କନ୍ଧମାଳ,ରାୟଗଡା, ଗଜପତି, ଗଂଜାମ, କୋରାପୁଟ , ସୁନ୍ଦରଗଡ, ଝାରସୁଗୁଡା , କେନ୍ଦୁଝର, ନୂଆପଡା, ନବରଙ୍ଗପୁର, ବରଗଡ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେହିଭଳି କନ୍ଧମାଳ, ରାୟଗଡା, ଗଜପତି, ଗଂଜାମ, କୋରପୁଟ, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ନୂଆପଡା ଓ ମୟୂରଭଂଜର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ଓାର୍ଣ୍ଣିଂ ଜାରି କରିଛି।

Image result for rainfall-in-odisha-various-areas
India Today

ସେହିଭଳି ୧୧ତାରିଖ ମଧ୍ୟ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ଅଧିକ ବର୍ଷା ହୋଇପାରେ। ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ସୋନପୁର, ବୌଦ୍ଧ , ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଏବଂ ନୟାଗଡ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟ ଧରଣର ବର୍ଷା ହେବ। ୧୨ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଆଉ କିଛି ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସମ୍ବନ୍ଧିତ ଖବର