ରାଜ୍ୟରେ ଆଉ ୪୮ ଘଣ୍ଟା ବର୍ଷା

ଭୁବନେଶ୍ବର : ରାଜ୍ୟ‌ର ବିଭିନ୍ନ ଜିଲ୍ଲାରେ ଏବେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବି କିଛି କିଛି ଜିଲ୍ଲାରେ ବର୍ଷା ହେବ। ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ରହିଥିବା ଲଘୁଚାପ ବଳୟ ଆଜି ଉତ୍ତର ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ୧୭ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କେନ୍ଦ୍ରର ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା, ସୁନ୍ଦରଗଡ଼, ଝରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ଅନୁଗୁଳ ଓ ଦେବଗଡ଼। ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷାର ହେବାର ସମ୍ଭାବନାକୁ ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧୭ ତାରିଖ ଦିନ ମଧ୍ୟ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର