ଆସନ୍ତା ଦୁଇରୁ ତିନିଦିନ ଧରି ଏସବୁ ଅଞ୍ଚଳରେ ବଜ୍ରପାତ ସହ ହୋଇପାରେ ବର୍ଷା

ଭୁବନେଶ୍ୱର: ଆସନ୍ତା ଦୁଇରୁ ତିନି ଧରି ଦକ୍ଷିଣ-ଉପକୂଳ ଓଡିଶା ସହ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସହ ବଜ୍ରପାତ ହୋଇପାରେ | ସେହିପରି କଟକ ଓ ନୟାଗଡ଼ର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଜି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି | ମିଳିଥିବା ସୂଚନା ମୁତାବକ ଆଜିଠାରୁ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ | ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ, କେଉଁଝର, ମୟୁରଭଞ୍ଜ, ଢେଙ୍କାନାଳ,ଅନୁଗୁଳ, କନ୍ଧମାଳରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ |

ଆସନ୍ତାକାଲି ସକାଳ ୮ଟା ୩୦ରୁ ୧୨ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି | ୧୨ ତାରିଖ ସକାଳ ୮ଟା ୩୦ରୁ ୧୩ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ |

୧୩ ତାରିଖ ସକାଳ ୮ଟା ୩୦ରୁ ୧୪ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ |

ସମ୍ବନ୍ଧିତ ଖବର