ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଶ୍ଚିମା ଝଡ଼ ବା ଓ୍ବେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ପ୍ରଭାବରେ ଆସନ୍ତା ୧୬ ତାରିଖରୁ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଏ ସଂପର୍କରେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଶନିବାର ସଂଧ୍ୟାରେ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ ଓ ରାତି ତାପମାତ୍ରା ହ୍ରାସ ପାଇବ । କିନ୍ତୁ ୧୬ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ହେବା ସହ କେତେକ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବର୍ଷା ସମ୍ଭାବନା ଥିବା ଜିଲ୍ଲା ମଧ୍ୟରେ ରହିଛି  ନୂଆପଡ଼ା,ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ।

ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ହାରାହାରି ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ସେଲସିୟସ ଓ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ସେଲସିୟସ ରହିବା ସମ୍ଭାବନା ରହିଛି । ସେହିପରି ରାଜ୍ୟର କେତେକ ଜିଲ୍ଲାରେ କୁହୁଡ଼ି ଦେଖାଯାଇପାରେ । ଏସବୁ ଜିଲ୍ଲା ମଧ୍ୟରେ ରହିଛି କୋରାପୁଟ,ଗଜପତି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ।

ସମ୍ବନ୍ଧିତ ଖବର