ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଶନିବାର ଦିନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପବଳୟ ସୃଷ୍ଟି ହେବ। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ହିଁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ।
କେନ୍ଦ୍ରାପଡ଼ା, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ। ଏଥିସହ ଏସବୁ ସହର ବ୍ୟତୀତ ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।