ପ୍ରବଳ ବର୍ଷା ସମ୍ଭାବନା, ରାଜ୍ୟର ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର:  ଆସନ୍ତା ୯ ତାରିଖରୁ ଉତ୍ତର ଆଣ୍ଡାମାନ ସମୁଦ୍ର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୦ କିମ୍ବା ୧୧ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ୧୧ରୁ ଅକ୍ଟୋବର ୧୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପଟେ ଉତ୍ତରପଶ୍ଚିମ-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୫ରୁ ୬ତାରିଖ ଯାଏଁ ୧୨ ଜିଲ୍ଲାକୁ ଏବଂ ୬ ତାରିଖରୁ ୭ ତାରିଖ ଯାଏଁ ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହା ସହ ଲଘୁଚାପ ପ୍ରଭାବରେ ୪୦ରୁ ୫୦ କିଲୋମିଟର ପବନ ବହିବାର ସମ୍ଭାବନା ରହିଛି ।

ସମ୍ବନ୍ଧିତ ଖବର