ଭୁବନେଶ୍ବର: ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି। ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଉପକୂଳ ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଆଜି ଶାହଜାହନପୁର, ମୁଜାଫର୍ପୁର, ପୂର୍ଣ୍ଣିଆ, ବଙ୍କୁରା ହୋଇ ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଲମ୍ବିଛି। ଫଳରେ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏହାପର ୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହୋଇପାରେ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ହାଲୁକା ବର୍ଷା ମଧ୍ୟ ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।
Advertisment
Sambad is now on WhatsApp
Join and get latest news updates delivered to you via WhatsApp