ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରଦତ୍ତ ସୂଚନା  ଅନୁଯାୟୀ,୨୪ଘଣ୍ଟା ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ । କିନ୍ତୁ ଆସନ୍ତାକାଲି ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Advertisment

ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଯଦି ଏଭଳି ଘଟେ, ତେବେ ହୋଲିରେ ରାଜ୍ୟର ଅଧିକାଂଶ ଅଞ୍ଚଳ ବର୍ଷାରେ ଭିଜିବ। ବର୍ଷା ସହ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ବି କୁହାଯାଇଛି।

ଏଥିଲାଗି ଆସନ୍ତାକାଲି କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଗୋପାଳପୁର, ପୁରୀ ଓ ଚାନ୍ଦବାଲିରେ ସବୁଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ମିଳିଥିବା ତଥ୍ୟ ଅନୁଯାୟୀ, ବାଲେଶ୍ୱରରେ ୮. ୬ ମିଲିମିଟର, ଚାନ୍ଦବାଲିରେ ୬. ୪, କୋରାପୁଟରେ ୯.୪ ମିଲିମିଟର ବର୍ଷା ହୋଇଛି।