ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକଶ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ସେହିପରି ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଢ଼େଙ୍କାନାଳ, ଖୋର୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ରହିଛି।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ବଜ୍ରପାତ ପାଇଁ ସତର୍କ କରାଯାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଟିଟଲାଗଡ଼ରେ ସର୍ବା‌ଧିକ ୪୨.୪ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୨୦.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ଆସନ୍ତା ୮ ତାରିଖରୁ ୧୨ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe