ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋ‌ର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ ରୟାଗଡ଼। ଏହି ସମୟରେ ପବନର ବେଗ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର୍‌ ରହିବ। ସଂପୃକ୍ତ ଅଞ୍ଚଳରେ ବଜ୍ରପାତ ଆଶଙ୍କା ମଧ୍ୟ କରାଯାଉଛି।

ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରିର କେତୋଟି ସ୍ଥାନରେ ମଧ୍ୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ଆଶଙ୍କା କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe