ଆସନ୍ତା କାଲିଠାରୁ ତିନିଦିନ ଧରି ଲଗାଣ ବର୍ଷା ଆଶଙ୍କା, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

Advertisment
ଆସନ୍ତା କାଲିଠାରୁ ତିନିଦିନ ଧରି ଲଗାଣ ବର୍ଷା ଆଶଙ୍କା, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ଆସନ୍ତା କାଲିଠାରୁ ୩୦ଯାଏଁ ବର୍ଷାର ସମ୍ଭାବନା ରହିଛି । ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଆଦି ଜିଲ୍ଲାରେ ଅଧିକ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି। ତେଣୁ ଏହି ବର୍ଷା ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରୁ ଯିବାକୁ ବାରଣ କରାଯାଇଛି।

ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲାରେ ୨୮ରୁ ୩୦ତାରିଖ ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ୧୯୯୯ ମହାବାତ୍ୟା ପରଠାରୁ ଅକ୍ଟୋବର ଶେଷ ସପ୍ତାହରେ ବଡ଼ ଧରଣର ବାତ୍ୟା ହେବା ନେଇ ଜନସାଧାରଣଙ୍କ ମଧ୍ୟରେ ଆଶଙ୍କା ରହୁଛି । କିନ୍ତୁ ପାଣିପାଗର କୌଣସି ମଡେଲରୁ ବାତ୍ୟା ହେବାର ସୂଚନା ମିଳୁନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe