ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ଆଶଙ୍କା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପବନ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି। ଉତ୍ତର ଓଡ଼ିଶାର ଅନେକଗୁଡ଼ିଏ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ଗତି ଘଣ୍ଟାକୁ ୪୦ ରୁ ୫୦ କିଲୋମିଟର ବେଗରେ ରହିବ।

ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ, ମାଲକାନଗିରି, ଗଜପତି, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲାରେ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ସର୍ବାଧିକ ତାପମାତ୍ରା ୩୬ ଡିଗ୍ରି ସେଲ୍‌ସିୟସ ଓ ସର୍ବନିମ୍ନ ୨୫ ଡିଗ୍ରି ସେଲ୍‌ସିୟମ ମଧ୍ୟରେ ରହିପାରେ।

ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୫.୦ ଡିଗ୍ରି ଓ ସର୍ବନିମ୍ନ ୨୫.୮ ଡିଗ୍ରି ରହିପାରେ। ଉଲ୍ଲେଖଯୋଗ୍ୟ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ସମ୍ବନ୍ଧିତ ଖବର