୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ ଆଦି ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ଘଡ଼ଘଡ଼ି ବର୍ଷା ନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କୋରାପୁଟ, ଅନୁଗୁଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

୧୭ରୁ ୧୮ ତାରିଖ ମଧ୍ୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଭଦ୍ରକ, ଯାଜପୁର, କଟକ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ସୋନପୁର, ବରଗଡ଼, ସମ୍ବଲପୁର ଓ କୋରାପୁଟ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧିତ ଖବର