ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ବାସିନ୍ଦାମାନେ ଏହି ବର୍ଷା ଯୋଗୁ ବିଶେଷ ପ୍ରଭାବିତ ହେବେ ବୋଲି ସୂଚନା ରହିଛି।
ଏହା ବ୍ୟତୀତ ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ପୁରୀ, ନୟାଗଡ଼, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଳାର କେତେକ ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।
ରାଜଧାନୀ ଭୁବନେଶ୍ୱରର ଆକାଶ କାଉଁଳିଆ ରହିବ। ଏହି ସମୟରେ ଭୁବନେଶ୍ୱରର ତାପମାତ୍ରା ୩୦ ଡିଗ୍ରି ସେଲ୍ସିୟସ୍ରୁ ୨୫ ଡିଗ୍ରି ସେଲ୍ସିୟସ୍ ଭିତରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି।
୩ରୁ ୪ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମୟୂରଭଞ୍ଜ, ପୁରୀ, ଜଗତ୍ସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ କଳାହାଣ୍ଡି, ମାଲକାନଗିରି, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କଟକ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିବା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।