ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ଓଡ଼ିଶା ରାଜ୍ୟର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୋମବାର ପୂର୍ବାନୁମାନ କରିଛି। ରାୟଗଡ଼ା, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏଥି ସହିତ ଏହି ଜିଲ୍ଲାର ଅଧିବାସୀମାନଙ୍କୁ ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଯଦି ଘରୁ ବାହାରିବା ଆବଶ୍ୟକ ପଡେ ତେବେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ଗତକାଲି ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୫.୬ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୨୧.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ନବରଙ୍ଗପୁର, ଗଜପତି, କୋରାପୁଟ, ରାୟଗଡ଼ା, ସୋନପୁର, କଳାହାଣ୍ଡି, କନ୍ଧମାଳ, ଢ଼େଙ୍କାନାଳ, ଯାଜପୁର, ମାଲକାନଗିରି, ବରଗଡ଼ ଓ ବଲାଙ୍ଗୀର ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧିତ ଖବର