ଆସନ୍ତା ୨୪ଘଣ୍ଟା ଯାଏଁ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ବହିବ ପବନ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୩୦ରୁ ୪୦କିମି ବେଗରେ ପବନ ବହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୁରୀ, ଢ଼େଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ , କେନ୍ଦୁଝର, ମୟୁରଭଞ୍ଜ ଆଦି ୭ଟି  ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁରର ଆଦି କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ର ଆଶଙ୍କା ରହିଛି।

ସେହିପରି ୮ ତାରିଖ ପୂର୍ବାହ୍ନରୁ ୯ ତାରିଖ ପୂର୍ବାହ୍ନ ମଧ୍ୟରେ ରାୟଗଡ଼ା, ଗଜପତି, ପୁରୀ, ଗଞ୍ଜାମ, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବ। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଘନ କୁହୁଡ଼ି ଲାଗି ରହିବ। ରାସ୍ତାଘାଟ ଠିକ ଭାବେ ଦୃଶ୍ୟମାନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Image result for rain-in-odisha

୯ ତାରିଖ ଅପରାହ୍ନଠାରୁ ପାଗରେ ପରିବର୍ତ୍ତନ ଆସିବ। ବର୍ଷା କମିବା ସହ କୁହୁଡ଼ି ବଢ଼ିବ। ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୯ ଓ ୧୦ ତାରିଖରେ ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ହେବ। ଏଥିସହ ୧୦ ଓ ୧୧ ତାରିଖରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଅନୁଗୁଳ, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ହେବ। ତେଣୁ ସତର୍କତା ଅବଲମ୍ବନ କରିବାକୁ ଗାଡ଼ି ଚାଳକଙ୍କୁ ପରାମର୍ଶ ଦିଆଯାଇଛି ।

ଆସନ୍ତା ୨ ଦିନ ଯାଏ ରାତିର ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ତେବେ ଏହାପରେ ତାପମାତ୍ରା ଲଗାତାର ଭାବେ ୨ରୁ ୪ ଡିଗ୍ରି କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସମ୍ବନ୍ଧିତ ଖବର