୫ ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା, ୧୪ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା

Advertisment
୫ ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା, ୧୪ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୯ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

ପ୍ରବଳବର୍ଷା ସମ୍ଭାବନା ଥିବା ହେତୁ  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ରହିଛି। ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଧା, ପୁରୀ, କଟକ ଓ ଜଗତସିଂହପୁର ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ  ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରି ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

publive-image

ଏଥିସହିତ ଆସନ୍ତାକାଲି ଉପକୂଳ ଓଡ଼ିଶା‌ ଓ ଆଭ୍ୟନ୍ତରୀଣ ଓଡ଼ିଶ‌ାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି।  ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ପୁରୀ, କଟକ, ଭଦ୍ରକ, ବାଲେଶ୍ବର ଓ ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe